ଅନୁଗୁଳ: ରାଜ୍ୟକୁ ପୁଣି ତାତି ଫେରୁଛି । ୩ ଦିନ ଧରି ଜଳିବ ଓଡ଼ିଶା । ରାଜ୍ୟର ତାପମାତ୍ରା ପ୍ରାୟ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବ ଏବଂ ଅତ୍ୟଧିକ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯିବ। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରି କିମ୍ବା ତା ଠାରୁ ଅଧିକ ରହିବା ଫଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସତର୍କ କରାଇ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
୩ ଦିନ ଜଳିବ ଅନୁଗୁଳ ସମେତ ୧୧ ଜିଲ୍ଲା
- Post published:April 7, 2021
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul