ଜିଲ୍ଲା କାର୍ଯ୍ୟାଳୟ ସମ୍ମୁଖରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ)ର ବିକ୍ଷୋଭ

0

ଅନୁଗୁଳ: ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଏସୟୁସିଆଇ(କମ୍ୟୁନିଷ୍ଟ) । ବୁଧବାର ପୂର୍ବାହ୍ନରେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ବର୍ଦ୍ଧିତ ବିଜୁଳି ଦର ପ୍ରତ୍ୟାହାର କରିବାକୁ ଦଳ ଦାବି କରିଛି ।ଏସୟୁସିଆଇ(କମ୍ୟୁନିଷ୍ଟ) ଅନୁଗୁଳ ଶାଖା ପକ୍ଷରୁ ଏକ ଶୋଭାଯାତ୍ରା ଅମଲାପଡ଼ାରୁ ବାହାରି ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚିଥିଲା । ଜିଲ୍ଲା କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ଅନୁଗୁଳ ଜିଲ୍ଲା କମିଟି ସଭ୍ୟ ନବକିଶୋର ପ୍ରଧାନଙ୍କ ସଭାପତିତ୍ବରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବକ୍ତାମାନେ ବକ୍ତବ୍ୟ ରଖି କରୋନା କଷ୍ଟ ସମୟରେ ବିଦ୍ୟୁତ୍ ଦର ବୃଦ୍ଧିକୁ ଦୃଢ଼ ନିନ୍ଦା କରିବା ସହ ତୁରନ୍ତ ନିଷ୍ପତ୍ତି ପ୍ରତ୍ୟାହାର ପାଇଁଦାବି କରିଥିଲେ।

Leave A Reply

Your email address will not be published.