ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ବର୍ଷା ସମ୍ଭାବନା

You are currently viewing ବଙ୍ଗୋପସାଗରରେ  ଘୂର୍ଣ୍ଣିବଳୟ, ବର୍ଷା ସମ୍ଭାବନା

ଅନୁଗୁଳ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ଦିନ ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନଥିଲେ ସୁଦ୍ଧା ଆଗାମୀ ୨୫ ତାରିଖ ଦିନ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଅନ୍ୟପଟେ ଆଜି ଓ ଆସନ୍ତାକାଲି ଘନ କୁଡୁଡ଼ିର ସମ୍ଭାବନାକୁ ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୁଖ୍ୟତଃ ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ଆସନ୍ତା ୨ ଦିନ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ, ବର୍ଷା କମିବା ପରେ ତାପମାତ୍ରା କମିବ ଓ ଘନ କୁହୁଡ଼ି ଦେଖାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Share

Leave a Reply