୧୦ ଡିଗ୍ରୀରେ କମ୍ପୁଛି ଅନୁଗୁଳ

0

ଅନୁଗୁଳ : ଧୀରେଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ୪ ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଛି। ସୋନପୁର ସର୍ବନିମ୍ନ ୮.୮ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ପରିଗଣିତ ହେଇଛି। ଦାରିଙ୍ଗବାଡ଼ିରେ ୯ ଡିଗ୍ରୀ ଫୁଲବାଣୀରେ ୯.୮ ଓ ଅନୁଗୁଳରେ ୧୦ ଡିଗ୍ରୀ ରେକର୍ଡ ହୋଇଛି।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ଓ ଖରାଟିଆ ରହିଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମ୍‌ ରହିଛି।

Leave A Reply

Your email address will not be published.

error: Content is protected !!