ଅନୁଗୁଳ: ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୨/୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନର ଆଭାସ ନାହିଁ। ତେବେ ଚଳିତ ମାସ ୨୨ ତାରିଖରୁ ତାପମାତ୍ରା ଖସିବ । ଅନୁଗୁଳ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତର ମାତ୍ରା ବଢ଼ିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଦେଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ରାତ୍ରି ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି।
ସେ ଆହୁରି ମଧ୍ୟ କହିଛନ୍ତି, ଆସନ୍ତା ୨୦ ଓ ୨୧ ତାରିଖ ଆଡ଼କୁ କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।