ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ

You are currently viewing ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ

ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ। ଏହା ସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ କରାଯିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି। ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ। ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share

Leave a Reply