ମୁଖ୍ୟ ଖବର

ଅନୁଗୁଳ ଏନ୍ଏଚ୍ -୫୩ର ସମ୍ପ୍ରସାରଣ ପାଇଁ ୧୭୪ କୋଟି ମଞ୍ଜୁର, କେନ୍ଦ୍ରମନ୍ତ୍ରୀ କଲେ ଘୋଷଣା

By Angul TV Bureau

January 15, 2023

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଭାଗୀୟ ମନ୍ତ୍ରୀ ଶ୍ରୀ ଗଡକରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଅନୁଗୁଳ ଜିଲ୍ଲା ଏନଏଚ-୫୩ରେ ରେଙ୍ଗାଲି, ବଜ୍ରକୋଟ ଏବଂ ଟାକୁଆରେ ତିନୋଟି ବାଇପାସ ସହ ଜାତୀୟ ରାଜପଥର ସମ୍ପ୍ରସାରଣ ଏବଂ ଦୁଇ ଲେନ୍ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଏହି ଜାତୀୟ ରାଜପଥ ପାରାଦୀପ ବନ୍ଦର ସହ ରାଜ୍ୟର ବୃହତ ଶିଳ୍ପାଞ୍ଚଳ ଏବଂ ଖଣି କୋରିଡରକୁ ସଂଯୋଗ କରୁଛି। ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ୱାରା ଲୋକଙ୍କ ଯାତୟାତ ସୁରକ୍ଷିତ ହେବ। ଏହା ବ୍ୟତୀତ ଏହି ରାଜପଥ ଭାରି ଯାନର ଯାତାୟାତ ସହଜ ହେବ ଏବଂ ଏହି ଶିଳ୍ପ କରିଡର ତଥା କୋଲ୍ ଇଣ୍ଡିଆ, ଏନଟିପିସି, ଜିନ୍ଦଲ ଷ୍ଟିଲର ସାମାଜିକ ଓ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ।https://twitter.com/nitin_gadkari/status/1614501026434027524?t=1FQCXVHQm6oisUKXYk-Vqg&s=08

ଶ୍ରୀ ପ୍ରଧାନ କହିଛନ୍ତି, ଏନଏଚ ୫୩ର ସମ୍ପ୍ରସାରଣ ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାର ଯାତାୟାତକୁ ସୁଗମ କରିବା ସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେ ସଙ୍ଗେ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ।