ଶୋଇଥିବା ବେଳେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

0

ଅନୁଗୁଳ: ନାବାଳିକା ଦୁଷ୍କର୍ମକାରୀକୁ ଅନୁଗୁଳ ଅତିରିକ୍ତ ଜିଲ୍ଲା ଓ ସେସନ୍ସ ଜଜ ଫାଷ୍ଟ ଟ୍ରାକ କୋର୍ଟ ଶୁକ୍ରବାର ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ମୁତାବକ, ଅନୁଗୁଳ ଥାନା ଅନ୍ତର୍ଗତ ଯାମୁନାଲି ଗ୍ରାମରେ ଗତ ୨୪. ୫. ୨୦୧୯ ବିଳମ୍ବିତ ରାତିରେ ମହୀତଳା ଗ୍ରାମର ହାଡ଼ି ନାଏକ (୨୩) ଜଣେ ନାବାଳିକାକୁ ଶୋଇଥିବା ଅବସ୍ଥାରେ ପାଟିରେ ଗାମୁଛା ବାନ୍ଧି ଜୋରଜବରଦସ୍ତ ଦୁଷ୍କର୍ମ କରିଥିଲା। ଏନେଇ ନାବାଳିକାର ମା’ ଅନୁଗୁଳ ଥାନାରେ ଲିଖିତ ଏତଲା ଦେଇଥିଲେ। ଏତଲା ଆଧାରରେ ସେତେବେଳେ ଅନୁଗୁଳ ଥାନା ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ବାନ୍ଧିଥିଲା।
ଆଜି ମାମଲାର ଶୁଣାଣି କରି ଅତିରିକ୍ତ ଜିଲ୍ଲା ଓ ସେସନ୍ସ ଜଜ ଫାଷ୍ଟ ଟ୍ରାକ କୋର୍ଟ ଅଭିଯୁକ୍ତ ହାଡ଼ି ନାଏକକୁ ୧୫ ଜଣ ସାକ୍ଷୀ ପ୍ରମାଣକୁ ଆଧାର କରି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲ ଦଣ୍ଡ ଶୁଣାଣି କରିଛନ୍ତି। ଏଥିସହ ପୀଡ଼ିତାକୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.

error: Content is protected !!