ମୁଖ୍ୟ ଖବର

ଜନଶୁଣାଣି କାର୍ଯ୍ୟକ୍ରମ: ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୨ ହଜାର ୫ ଶହ ଟଙ୍କା ପ୍ରଦାନ କଲେ ଅତିରିକ୍ତ ଜିଲ୍ଲାପାଳ

By Angul TV Bureau

February 18, 2025

ଅନୁଗୁଳ: ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ମୋଟ ୩୧ଟି ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ନେଇ ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ ୩୦ ଟି ବ୍ୟକ୍ତିଗତ ଓ ଗୋଟିଏ ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ଗୋଟିଏ ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୨ ହଜାର ୫ ଶହ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଡେପୁଟି କଲେକ୍ଟର ଶୁଭଦର୍ଶନ ମିଶ୍ର, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଅମ୍ବୁଜ କୁମାର ଗଡ଼ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।