ମୁଖ୍ୟ ଖବର

ନୂଆଁହତାରୁ ରନ୍ତଲେଇ ରାସ୍ତା ପାଇଁ ୫୭ କୋଟିର ଟେଣ୍ଡର: ଧନ୍ୟବାଦ ଜଣାଇଲା ଜିଲ୍ଲା ବିଜେପି

By Angul TV Bureau

December 28, 2023

ଅନୁଗୁଳ : ଅନୁଗୁଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ ନୁଆଁହତା ଠାରୁ ରନ୍ତଲେଇ ପର୍ଯ୍ୟନ୍ତ ରାସ୍ତାର ବିକାଶ ତଥା ଆଲୋକୀକରଣ ପାଇଁ ବୁଧବାର ୫୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ଏହି ରାସ୍ତାର ଅବସ୍ଥା ଖରାପ ଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ନୀତିନ ଗଡ଼କରିଙ୍କର ଦୃଷ୍ଟି ଆକର୍ଷଣ କରିଥିଲା ବିଜେପି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ଫଳରେ ଉକ୍ତ ରାସ୍ତାର ଉନ୍ନତିକରଣ ସହ ରାସ୍ତା ପାର୍ଶ୍ୱରେ ଆଲୋକୀକରଣ ପାଇଁ ବୁଧବାର ଜାତୀୟ ରାଜପଥ ବିଭାଗ ତରଫରୁ ୫୬ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ଏହି ରାସ୍ତାକୁ ଯୁଦ୍ଧକାଳୀନ ଭିତ୍ତିରେ ୧୦ ଦିନ ମଧ୍ୟରେ ଟେଣ୍ଡର ପ୍ରକ୍ରିୟା ସାରିବା ସହ ତିନି ମାସ ମଧ୍ୟରେ କାର୍ଯ୍ୟ ଶେଷ ପାଇଁ ଟେଣ୍ଡରରେ ନିର୍ଦ୍ଦେଶ ଦିଆଯାଇଛି।

ଏଥିପାଇଁ ଜିଲ୍ଲା ବିଜେପି ସଭାପତି ଦିଲେଶ୍ୱର ପ୍ରଧାନ, ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି ,ଏନ ଏସ ଆଇ ସି ଡାଇରେକ୍ଟର କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା ଓ ପ୍ରତିମା ମିଶ୍ର ପ୍ରମୁଖ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।