ଅନୁଗୁଳ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ରକ୍ତଦାନ କରି ଉତ୍ସବ ପାଳନ କରିଛି ଅନୁଗୁଳ ଜିଲ୍ଲା ବିଜେପି। ପ୍ରଧାନମନ୍ତ୍ରୀଙ୍କ ୭୨ତମ ଜନ୍ମଦିନରେ ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଜିଲ୍ଲା ରକ୍ତ ଭଣ୍ଡାରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି।
ବୈଠକରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଅଗସ୍ତି ବେହେରା ଯୋଗ ଦେଇଥିଲେ। ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ବିଜୟ ମାଝୀ ଓ ଜିଲ୍ଲା ସାଧାରଣ ସମ୍ପାଦକ ସୁଦୀପ ଗଡ଼ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ବରିଷ୍ଠ ନେତା ଯଯାତି ପଟ୍ଟନାୟକ, ଦିଲ୍ଲୀପ ପ୍ରଧାନ, ଦିଲ୍ଲୀପ ଦାସ, ପ୍ରଦୀପ ପ୍ରଧାନ, ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ସୁଦୀପ୍ତ ସ୍ୱାଇଁ, ସାଧାରଣ ସମ୍ପାଦକ ସମୀର ପରିଡା, ଶୁଚିସ୍ମିତା ତ୍ରିପାଠୀ, ସରିତା ମିଶ୍ର, ରୋଜାଲିନ ଦାସ, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର, ତ୍ରିଲୋଚନ ଜେନା, କାଉନସିଲର ପ୍ରଜ୍ଞା ଦାସ, ଯୁବମୋର୍ଚ୍ଚା ଅନୁଗୁଳ ନଗର ସଭାପତି ଗୋପାଳ ଚନ୍ଦ୍ର ଦାସଙ୍କ ସମେତ ବହୁ କାର୍ଯ୍ୟ କର୍ତ୍ତା ଉପସ୍ଥିତ ଥିଲେ। ଏହି ଶିବିରରେ ପ୍ରଧାନମନ୍ତ୍ରୀଙ୍କ ୭୨ତମ ଜନ୍ମଦିନ ପାଇଁ ୭୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।