ଅନୁଗୋଳ: ସ୍ଥାନୀୟ ଛେଣ୍ଡିପଦା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡାଏଟ୍) ପରିସରରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଉତ୍ସାହ ଓ ଦେଶପ୍ରେମର ସହ ପାଳିତ ହୋଇଛି। ପ୍ରତିଷ୍ଠାନର ଅଧ୍ୟକ୍ଷ ଜାତୀୟ ପତାକା ଉତ୍ତୋଳନ କରିବା ପରେ ଜାତୀୟ ସଙ୍ଗୀତ ଓ ବନ୍ଦେ ମାତରମ୍ ଗାନ କରାଯାଇଥିଲା।
ଏହି ଅବସରରେ ପ୍ରତିଷ୍ଠାନରୁ ଥାନା ଛକ ପର୍ଯ୍ୟନ୍ତ ‘ଘରେ ଘରେ ତ୍ରିରଙ୍ଗା’ ଶୀର୍ଷକ ଏକ ବିଶାଳ ସଚେତନତା ରାଲି ବାହାରିଥିଲା। ଛାତ୍ର-ଶିକ୍ଷକମାନଙ୍କ ଦ୍ୱାରା ପରିବେଷିତ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସମବେତ ସଙ୍ଗୀତ ଉପସ୍ଥିତ ସମସ୍ତଙ୍କ ମନରେ ଦେଶପ୍ରେମର ଭାବନା ଜାଗ୍ରତ କରିଥିଲା। ଶେଷରେ ଦେଶର ପ୍ରଗତି ଓ ଐକ୍ୟ ପାଇଁ ସମସ୍ତେ ସଙ୍କଳ୍ପ ନେଇଥିଲେ।କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ର-ଶିକ୍ଷକମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରି ଏହାକୁ ସଫଳ କରିଥିଲେ।