ଅନୁଗୁଳ : ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କରଡ଼ାଗାଡ଼ିଆ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଛି। ଗୁରୁତର ଯୁବକ ହେଲେ ଶକ୍ତି ଗୋଚ୍ଛାୟତ (୨୫)। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ମୁତାବକ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଙ୍ଗଳବାର ସନ୍ଧ୍ୟାରେ ମୁଚିଆ ଗୋଚ୍ଛାୟତଙ୍କ ପୁଅ ଶକ୍ତି ଗୋଚ୍ଛାୟତଙ୍କୁ କିଛି ଦୁର୍ବୃତ୍ତ ମାରଣାସ୍ତ୍ର ଯୋଗେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଶକ୍ତିଙ୍କ ପିଠି, ହାତ, ଆଙ୍ଗୁଠିରେ ଗଭୀର ଆଘାତ ଲାଗିଛି। ସ୍ଥାନୀୟ ବାସୀ ଏବଂ ପରିବାର ଲୋକେ ଶକ୍ତିଙ୍କୁ ଅଟୋ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା।
ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିବା ବେଳେ ପୋଲିସ କିଏ ଓ କାହିଁକି ଆକ୍ରମଣ କରିଛି ତାହାର ତଦନ୍ତ ଆରମ୍ଭ କରିଛି।











