ମୁଖ୍ୟ ଖବର

ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

By Angul TV Bureau

May 09, 2021

ଅନୁଗୁଳ: ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏଥିପାଇଁ ମହାନଦୀ କୋଲ  ଫିଲଡ଼ (ଏମସିଏଲ୍) ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ ସାଂସଦ ସୁରେଶ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖିଥିଲେ । ଏହି ପତ୍ରରେ ଏମସିଏଲ୍ ଦ୍ବାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୁଳ ଜିଲ୍ଲାରେ ୩ଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ । ଏହାଦ୍ବାରା ଉକ୍ତ ଜିଲ୍ଲାର ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ । ତେବେ ଏହି ପତ୍ରର ପ୍ରତ୍ୟୁତରରେ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ରଲେଖି କହିଛନ୍ତି ଯେ, ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଞ୍ଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଏମଏସିଏଲ୍ ବୋର୍ଡ ଅନୁମୋଦନ ଦେଇଛି ।