ମେଷ :ଅଷ୍ଟମ ଚନ୍ଦ୍ର ପ୍ରତିପଦା ତିଥ୍ ଅତିଗଣ୍ଡ ଯୋଗୁ ବିଘ୍ନକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ସୃଜନରେ କଥାବାର୍ତ୍ତା ବେଳେ ସତର୍କ ଅବଲମ୍ବନ କରିବେ। ମନରେ ଅସ୍ଥିରତା ଓ ବ୍ୟଗ୍ରତା ପ୍ରକାଶ ପାଇବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଠାରୁ ବଦଖର୍ଜ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ଦ୍ବିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
ବୃଷ: ଗୁରୁବାର ସପ୍ତମ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସ୍ତ୍ରୀସୌଖ୍ୟ,ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଅପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ।ଆମୋଦପ୍ରମୋଦ ଓ ମଉଜ ମସ୍ତିରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସଦସ୍ୟଙ୍କ ପ୍ରତି ଆନ୍ତରିକତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୮, ଆରାଧନା: ମା’ ଗାୟତ୍ରୀ ।
ମିଥୁନ: ରୋଗ, ଋଣ ଓ ଶତ୍ରୁ ଏଥୁରୁ କିଛି ମାତ୍ରାରେ ମୁକ୍ତି ମିଳିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ପ୍ରିୟଭାଜନ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ମନ ପ୍ରଫୁଲ୍ଲ ରହିବ ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା; ମା’ ଛିନ୍ନମସ୍ତା ।
କର୍କଟ: ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର, ଗୁରୁବାର ଓ ଘାତ ନକ୍ଷତ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଆତ୍ମସନ୍ତୋଷ ଲାଭ କରିବେ। କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ଭଗବାନ ଶିବ ।
ସିଂହ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା,ପରିବାରରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନରେ କ୍ଷତି ଅଧିକ ହେବ । କର୍ମରେ ବିଫଳତା,ସହକର୍ମୀଙ୍କ ସହ ମତାନ୍ତର ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ବନ୍ଧୁ, ପଡ଼ୋଶୀଙ୍କ ସହ ମତାନ୍ତର ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ, ଟା, ଟି, ଟୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ଯା: ମନରେ ଉତ୍ସାହ ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତି ଆନ୍ତରିକତା ଅଧ୍ଵ ରହିବ। ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତିର ଖବର ପାଇବେ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବରୁ କରିଥିବା କ୍ଷତିର କିଛି ମାତ୍ରାରେ ଭରଣା ହେବ। କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତିତା ପ୍ରକାଶ ପାଇବ।ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
ତୁଳା: ଘାତବାର ଓ ଶୁକ୍ଳପକ୍ଷର ଦ୍ଵିତୀୟ ଚନ୍ଦ୍ର ହେତୁ କେବଳ ବ୍ୟବସାୟ ବ୍ୟତୀତ ଅନ୍ୟ ସମସ୍ତ କର୍ମରେ ଅଶୁଭ ଫଳ ମିଳିବ।ମନ ଅସ୍ଥିର ରହିବ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। କର୍ମରେ ସଫଳତା ପରିଶ୍ରମ ତୁଳନାରେ କମ୍ ରହିବ ଏବଂ କର୍ମ ପ୍ରତି ଆଳସ୍ୟତା ବୃଦ୍ଧି ଘଟିବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ:ନୀଳ, ସଂଖ୍ୟା: ୬, ଆରାଧନା: ମା’ ସମଲେଶ୍ୱରୀ ।
ବିଛା: ଶ୍ରୀଚନ୍ଦ୍ର ଓ ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ସୁଖ୍ୟାତି, ଯଶ, କୀର୍ତ୍ତି ବୃଦ୍ଧି ପାଇବ ଏବଂ ସୃଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ପଡ଼ୋଶୀଙ୍କ ପ୍ରତି ବନ୍ଧୁତା ଅକ୍ଷୁଣ୍ଣ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ। କର୍ମରେ ପରିଶ୍ରମ ତୁଳନାରେ ଅଧ୍ଵ ସଫଳତା ମିଳିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା: ମା’ଚଣ୍ଡୀ ।
ଧନୁ:ଶୁକ୍ଳପକ୍ଷର ଦ୍ବାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ଆକସ୍ମିକ ଭାବରେ ବୃଦ୍ଧି ଘଟିବ ଏବଂ ଆର୍ଥିକ ସ୍ଥିତି ବହୁ ମାତ୍ରାରେ ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା, କର୍ମ ପ୍ରତି ଆଳସ୍ୟତା ଓ ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭୁ, ଧା, ଫା ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ବିମଳା ।
ମକର: ଏକାଦଶ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟ ପ୍ରତି ଓ ବ୍ୟବସାୟ ପ୍ରତି ଅଧିକ ଧ୍ୟାନ ଓ ଆଗ୍ରହ ରହିବ। ଆକସ୍ମିକ ଧନଲାଭ,କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧୂସର, ସଂଖ୍ୟା: ୧୧, ଆରାଧନା : ମା’ ଭୈରବୀ ।
କୁମ୍ଭ: ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ମନରେ ସନ୍ତା,ସମ୍ଭାବନା ପ୍ରକାଶ ପାଇବ ଏବଂ ସତ୍ୟକର୍ମରେ ଅଧିକ ଆଗ୍ରହ ରହିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଧନିଷ୍ଠା।କୁମ୍ଭ ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୬, ଆରାଧନା: ମା’ ବିମଳା ।
ମୀନ: ନବମ ଚନ୍ଦ୍ର, ଗୁରୁବାର ଯୋଗୁ ମାନ, ସମ୍ମାନ ବୃଦ୍ଧି ପାଇବ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି।ଶୁଭ ସାବ୍ୟସ୍ତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମାନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା: ମା’ ତାରା ।