ଅନୁଗୁଳ: ବିଶ୍ବ ତମାଖୁ ବର୍ଜନ ଦିବସ ଅବସରରେ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ ‘ଆମ ସଂକଳ୍ପ: ନିଶା ନୁହେଁ, ଜୀବନ’କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ସହରରୁ ଗାଁ ପର୍ଯ୍ୟନ୍ତ ଚାଲିବ। ଏହି ଜନସଚେତନତା ଅଭିଯାନ ମେ ୩୧ ତାରିଖ ‘ବିଶ୍ବ ତମାଖୁ ବର୍ଜନ’ ଦିବସ ଠାରୁ ଆରମ୍ଭ ହୋଇ ଜୁନ୍ ୨୬ ତାରିଖ ‘ଅନ୍ତର୍ଜାତୀୟ ନିଶା ସେବନ ଓ ବେଆଇନ କାରବାର ନିରୋଧ’ ଦିବସ ପର୍ଯ୍ୟନ୍ତ ଚାଲିବ।
ଏହି ଭିଡିଓ କନଫରେନସରେ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅବକାରୀ ଅଧୀକ୍ଷକ ମଧୁସ୍ମିତା ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଜିତ୍ ଧଳ, ଜିଲ୍ଲା
ସଂସ୍କୃତି ଅଧିକାରୀ ଦୁଃଶାସନ ନାଏକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଅକ୍ଷୟ କୁମାର ସିଠ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।