ଏବିଭିପିର ବିକ୍ଷୋଭ

0

ଅନୁଗୁଳ: କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ ସନସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ହୋଇଛି । ତେବେ ଏଥ୍‌ରେ ଉକ୍ତ ସ୍କୁଲର ମାଲିକ ଗୋବିନ୍ଦ ସାହୁ ଏବଂ ରାଜ୍ୟର ଜଣେ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହେଉଛି। ଏହି ପରିପ୍ରେକ୍ଷୀରେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଓ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ସହ ମନ୍ତ୍ରୀଙ୍କର ଇସ୍ତଫା ଦାବି ନେଇ ବୁଧବାର ତାଳଚେର ନଗର ଅଞ୍ଛଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

Leave A Reply

Your email address will not be published.

error: Content is protected !!