ଅନୁଗୁଳ: ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନ ପକ୍ଷରୁ ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଏକ ପ୍ରସାଦ ସେବନ ଶିବିର ଆୟୋଜିତ ହୋଇଥିଲା। ସତ୍ୟବ୍ରତ ଭୋଇ, ଡ଼ିଆଇଜି ଅଫ ପୋଲିସ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶିବିରକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗ ଦାନ କରିଥିଲେ।ବହୁ ସାମାଜିକ ସଂଗଠନର କର୍ମକର୍ତ୍ତା ଶିବିର ପରିଚାଳନାରେ ସହଯୋଗ କରିଥିଲେ।ପ୍ରାୟ ୪ ହଜାର ଭକ୍ତଙ୍କୁ ପ୍ରସାଦ ବିତରଣ କରାଯାଇଥିଲା। ସଂଗଠନର କର୍ମକର୍ତ୍ତା ଓ ସଦସ୍ୟ ମାନେ ଶାନ୍ତି ଶୃଙ୍ଖଳା ର ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।











