ଅନୁଗୁଳ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ ପ୍ରସ୍ତୁତି କରାଯାଉଛି।
ଏ ଅବସରରେ ନୂତନ ରାସନ କାର୍ଡ ପ୍ରସ୍ତୁତ ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ – କେୱାଇସି ଯାଞ୍ଚ ନିହାତି ଜରୁରୀ। ଏଣୁ ଜିଲ୍ଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା ଯୋଗାଣ ନିରୀକ୍ଷକଙ୍କ ସହ ଯୋଗାଯୋଗ କରି ଯଥାଶୀଘ୍ର ଇକେୱାଇସି ଯାଞ୍ଚ କରାଇନିଅନ୍ତୁ ବୋଲି ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।