ଭୁବନେଶ୍ବର: କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ଆଜି କିଛି କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ୧୬ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ ଜାରି ହୋଇଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ କାଳବୈଶାଖୀ । ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୬ରୁ ୭ ତାରିଖ ପର୍ଯ୍ୟନ୍ତ ଦିନତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ।
ଅନ୍ୟପଟେ, ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ୧୬ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି ।