ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି । ତେଣୁ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ହଷ୍ଟେଲ ପିଲାମାନେ ଚାହିଁଲେ, ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ।