ଅନୁଗୁଳ : ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଞ୍ଚଳର ଜଣେ ୧୬ ବର୍ଷର ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ପୁଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ୧୦ମ ଶ୍ରେଣୀରେ ପଢ଼ୁଥିବା ୧୬ ବର୍ଷର ଜଣେ ନାବାଳିକାଙ୍କୁ ନୂଆହତା ଗାଁର ଆଶିଷ ଗୋଚ୍ଛାୟତ(୨୪) ନାମକ ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ଅପହରଣ କରିଥିଲେ। ପରେ ତାଙ୍କସହ ଦୁଷ୍କର୍ମ ମଧ୍ୟ କରିଥିଲେ। ଏ ନେଇ ନାବାଳିକାଙ୍କ ପରିବାର ତରଫରୁ ବଅଁରପାଳ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୋଗପାଇ ପୁଲିସ ଏକ ମାମଲା ରୁଜୁକରି ଅଭିଯୁକ୍ତ ଆଶିଷଙ୍କୁ ଗିରଫକରି ନାବାଳିକାଙ୍କୁ ଉଦ୍ଧାର କରି ଡାକ୍ତରୀ ପରୀକ୍ଷା କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅଭିଯୁକ୍ତ ଅଶିଷଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି।
ନାବାଳିକା ଅପହରଣ ଓ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ
- Post published:November 1, 2021
- Post category:ଘଟଣା ଓ ଦୁର୍ଘଟଣା
- Post comments:0 Comments
- Post author:Angul TV Bureau
