ମୁଖ୍ୟ ଖବର

ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍ ରଖିଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ‘ଶିକ୍ଷା ସମ୍ମାନ-୨୦୨୬’ ପ୍ରଦାନ

By Angul TV Bureau

June 23, 2026

ଅନୁଗୋଳ: ସ୍ଥାନୀୟ ପୌରପାଳିକା ଟାଉନ୍ ହଲ୍‌ଠାରେ ‘ଆମ ପ୍ରତିଭା ଆମ ସ୍ବାଭିମାନ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷାରେ ଏ-୧ (A-1) ଗ୍ରେଡ୍ ରଖିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ‘ଶିକ୍ଷା ସମ୍ମାନ-୨୦୨୬’ ପ୍ରଦାନ କରାଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ କୃତୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତରେ ଜଣେ ଉତ୍ତମ ନାଗରିକ ଭାବେ ନିଜ ମାଟି ପାଇଁ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ଅନୁଷ୍ଠାନର ପ୍ରତିଷ୍ଠାତା ତଥା ପୂର୍ବତନ ବିଧାୟକ ମହେଶ ସାହୁ ସ୍ବାଗତ ଭାଷଣ ଦେଇ ଶିକ୍ଷା ପ୍ରତି ଆଗ୍ରହ ବଜାୟ ରଖିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

ଜିଲ୍ଲା ଶିକ୍ଷା ବିଭାଗର ତଥ୍ୟ ଅନୁଯାୟୀ, ଚଳିତ ବର୍ଷ ଜିଲ୍ଲାରୁ ୭୯ ଜଣ ଛାତ୍ରଛାତ୍ରୀ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଉତ୍ସବରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନୁଷ୍ଠାନର ସଭାପତି ତଥା ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଦିନେଶ ପ୍ରଧାନ, ଗୋପାଳ ଚନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷରେ ଉପସଭାପତି ବଳରାମ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଅନୁଷ୍ଠାନର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।