ମୁଖ୍ୟ ଖବର

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ

By Angul TV Bureau

October 27, 2025

ଅନୁଗୁଳ: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ୨୭ ତାରିଖ ଠାରୁ ୨ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ପାଳନ କରାଯାଉଛି ।ଚଳିତ ବର୍ଷର ବାର୍ତ୍ତା ହେଉଛି “ ଦୁର୍ନୀତି ନିବାରଣ: ଆମ ସାମୁହିକ ଦାୟିତ୍ବ”। ଏହି ଉପଲକ୍ଷେ ଆଜି ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଏକ ସାଧୁତା ଶପଥ ପାଠ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଡେପୁଟୀ କଲେକ୍ଟର ଜୟକୃଷ୍ଣ ପାତ୍ର, ଭିଜିଲାନସ୍ ଇନସ୍ପେକ୍ଟର ଊର୍ମିଳା ଲାକ୍ରା, ଡେପୁଟି କଲେକ୍ଟର(ନିର୍ବାଚନ) ମମତା ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଜିତ ଧଳ, ଡେପୁଟୀ କଲେକ୍ଟର ମଧୁସ୍ମିତା ବିଶି, ବଶ୍ଵାହା ମହାନ୍ତି, ସୁକାନ୍ତ କୁମାର ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ସଞ୍ଜୟ ନାୟକ, ମନ୍ମଥ ନାଥ ଦାସ, ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ କୁମାର ସିଠଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହିତ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ପରିପ୍ରେକ୍ଷୀରେ ସାଧୁତାର ଶପଥ ପାଠ କରାଯାଇଥିଲା ।