ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲା ସଭାପତିଙ୍କ ନେତୃତ୍ୱରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଥିବା ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଓ ବିଜେଡି କର୍ପୋରେଟର ଅମରେଶ ଜେନା ବିରୋଧରେ ଅନୁଗୁଳ ଜିଲ୍ଲା ବିଜେପି ଓ ଜିଲ୍ଲାର ମୋର୍ଚ୍ଚା ତରଫରୁ ଅନୁଗୁଳ ଟାଉନ୍ ରାଜା ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଭକ୍ତ ଚରଣ ଦାସ, ରାହୁଲ ଗାନ୍ଧୀ ଓ ନବୀନ ପଟ୍ଟନାୟକଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା।
କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତିଙ୍କ ସମେତ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ।