ଅନୁଗୁଳ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ: ଜାନୁଆରୀରେ ୧୭ ମୃତ, ୪୭୮ ଜଣଙ୍କ ଲାଇସେନ୍ସ ରଦ୍ଦ

You are currently viewing ଅନୁଗୁଳ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ: ଜାନୁଆରୀରେ ୧୭ ମୃତ, ୪୭୮ ଜଣଙ୍କ ଲାଇସେନ୍ସ ରଦ୍ଦ

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତର୍‌ଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକର ପ୍ରାରମ୍ଭରେ ପରିବହନ ବିଭାଗ ପକ୍ଷରୁ ଜାନୁଆରୀ ମାସରେ ଘଟିଥିବା ଦୁର୍ଘଟଣା ଏବଂ ସେଥିପାଇଁ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କମିଟି ସଭ୍ୟଙ୍କୁ ବିସ୍ତୃତ ଭାବେ ଅବଗତ କରାଯାଇଥିଲା।

ସୂଚନା ଅନୁଯାୟୀ, ଗତ ଜାନୁଆରୀ ମାସରେ ଜିଲ୍ଲାରେ ମୋଟ ୪୩ଟି ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ୧୭ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି ଏବଂ ୨୬ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣା ରୋକିବା ପାଇଁ ପରିବହନ ବିଭାଗ ପକ୍ଷରୁ କଠୋର ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଗତ ମାସରେ କେବଳ ହେଲମେଟ ପିନ୍ଧି ନଥିବା ଯୋଗୁଁ ୧୦୬୨ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ ଦ୍ରୁତ ଗତିରେ ଗାଡ଼ି ଚଳାଇବା ପାଇଁ ୯୬୮ ଜଣ, ମଦ୍ୟପାନ କରି ଗାଡ଼ି ଚଳାଇବା ଯୋଗୁଁ ୪୫ ଜଣ ଏବଂ ଅତ୍ୟଧିକ ମାଲ ପରିବହନ ପାଇଁ ୪୩ ଜଣଙ୍କଠାରୁ ଜୋରିମାନା ଆଦାୟ କରାଯାଇଛି। ଏହା ବ୍ୟତୀତ ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୪୭୮ ଜଣ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସକୁ ମଧ୍ୟ ରଦ୍ଦ କରାଯାଇଛି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଆଇଏଏସ୍ ପ୍ରୋବେସନର କସ୍ତୁରୀ ସା ଏବଂ ଅନୁଗୁଳ ଆଞ୍ଚଳିକ ପରିବହନ ଅଧିକାରୀ ସମ୍ବିତ କୁମାର ଯୋଗ ଦେଇଥିଲେ। ଏଥିସହ ଜାତୀୟ ରାଜପଥ ପ୍ରାଧିକରଣର ଅଧିକାରୀ ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ପଦାଧିକାରୀମାନେ ଉପସ୍ଥିତ ରହି ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ନେଇ ଆଲୋଚନା କରିଥିଲେ।

Share

Leave a Reply