ଅନୁଗୁଳ: ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀ ବିଜେପି କାର୍ଯ୍ୟାଳୟ, ମିଶ୍ରପଡ଼ା ଠାରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୪ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ସାମୂହିକ ଶ୍ରବଣ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ସମେତ ଦଳର ବରିଷ୍ଠ ନେତା, ଜିଲ୍ଲା ଓ ମଣ୍ଡଳ ସ୍ତରୀୟ ପଦାଧିକାରୀ ଏବଂ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
ଜନଭାଗିଦାରୀ ଓ ସାମାଜିକ ସଂସ୍କାର ଉପରେ ଆଧାରିତ ପ୍ରଧାନମନ୍ତ୍ରୀଙ୍କ ପ୍ରେରଣାଦାୟୀ ଉଦବୋଧନ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ନୂତନ ଉତ୍ସାହ ସୃଷ୍ଟି କରିଥିଲା। ଏହି ଅବସରରେ ବିଧାୟକ ଶ୍ରୀ ପ୍ରଧାନ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ବିଚାର ଦେଶ ତଥା ରାଜ୍ୟର ସର୍ବାଙ୍ଗୀନ ବିକାଶ ଏବଂ ଏକ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ନୂତନ ଶକ୍ତି ଓ ପ୍ରେରଣା ଯୋଗାଇବ’।