ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ: ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

0

ଅନୁଗୁଳ: ଶ୍ରୀଜିଉଙ୍କ ରଥଯାତ୍ରାର ପରିଚାଳନା ନିମନ୍ତେ ଜିଲ୍ଲାପାଳ ଅଦାଲ ଏମ୍ ଅଖତାରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

ଆସନ୍ତା ମାସ ୭ ତାରିଖଠାରୁ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଗୁଣ୍ଡିଚା ଯାତ୍ରା ଓ ୧୫ ତାରିଖରେ ହେବାକୁ ଥିବା ବାହୁଡା ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଧ୍ୟାନ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ମନ୍ଦିର ପରିଚାଳନା କମିଟିର ସମ୍ପାଦକ ହେମନ୍ତ କୁମାର ଦାସ ଚଳିତ ବର୍ଷର ରଥଯାତ୍ରାକୁ ସୁଚାରୁରୂପେ ପରିଚାଳନା କରିବା ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇ ନିରାପତ୍ତା ପ୍ରମାଣ ପତ୍ର ପ୍ରଦାନ କରିବାକୁ ଦାୟିତ୍ବରେ ଥିବା ଅନୁଗୁଳ ଉପଜିଲ୍ଲାପାଳ ଓ ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ପରାମର୍ଶ ଦିଆଯାଇଛି। ଟ୍ରାଫିକ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ଆରକ୍ଷୀ ଅଧୀକ୍ଷକଙ୍କୁ ପରାମର୍ଶ ଦେଇଥିଲେ।

ଏଥିସହ ଅନୁଗୁଳ ଉଚ୍ଚ ବିଦ୍ୟାଳୟ ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଜାତୀୟ ରାଜପଥର ଉଭୟ ପାର୍ଶ୍ବ ରାସ୍ତା ମରାମତି, ଶୁଖିଲା ଗଛ ଡାଳ କାଟିବା, ଅସ୍ଥାୟୀ ଦୋକାନଗୁଡିକର ସ୍ଥାନାନ୍ତର ଇତ୍ୟାଦି କାର୍ଯ୍ୟ ରଥ ଯାତ୍ରା ପୂର୍ବରୁ ଶେଷ କରିବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଅନୁଗୁଳ ପୌରପାଳିକାର ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ନାୟକ, ମନ୍ଦିର ପରିଚାଳନା କମିଟିର ସଦସ୍ୟ ପରମାନନ୍ଦ ମିଶ୍ର, ଭବାନୀ ପ୍ରସାଦ ମିଶ୍ର, ଭକ୍ତ ପ୍ରସାଦ ଦାସ, ଆନନ୍ଦ ଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.

error: Content is protected !!