କଳା ଓ ସଂସ୍କୃତି

ଶୈଳ ଶ୍ରୀକ୍ଷେତ୍ରରେ ଆଜି ମହାପ୍ରଭୁଙ୍କ ସୁନାବେଶ

By Angul TV Bureau

July 06, 2025

ଅନୁଗୁଳ: ଆଷାଢ଼ ଶୁକ୍ଳ ଏକାଦଶୀତିଥିରେ ଆଜି ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ଵାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର। ମହାବାହୁ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ। ସୁନାର କିରୀଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା ମାଳି, କଦମ୍ବ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୂଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି ଆଦି ଅଳଙ୍କାର ପିନ୍ଧି ଶ୍ରୀଜିଉ ଦର୍ଶନ ଦେବେ। ଏଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ସୁନାବେଶ ପାଇଁ ସ୍ଵତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ଆଳତି ପରେ ସୁନାବେଶ ଆରମ୍ଭ ହେବ। ରାତି ୧୦ଟା ପର୍ଯ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି(ଖୋଲା ହେବ) ହେବ।