ଅନୁଗୁଳ: ସ୍ଥାନୀୟ ଉତ୍ତରପଡା ନୋଡାଲ ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ବକ୍ତା ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ, ଗୋଷ୍ଠୀ ଶିକ୍ଷାଧିକାରୀ ଅଶୋକ କୁମାର ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ଅନୁଗୁଳ ପୌରପାଳିକାର ନିର୍ବାହୀ ଅଧିକାରୀ ସତ୍ୟପ୍ରକାଶ ତ୍ରିପାଠୀ, ୧୯ ନମ୍ବର ଓ୍ବାର୍ଡ କାଉନସିଲର ବଳରାମ ଜେନା, ବିଦ୍ୟାଳୟ କମିଟି ସଭାପତି ରାଜେନ୍ଦ୍ର କୁମାର ପଟ୍ଟନାୟକ, ପଞ୍ଚସଖା ଶିକ୍ଷା ସେତୁର ସଭାପତି ବୃନ୍ଦାବନ ସ୍ବାଇଁ ପ୍ରମୁଖ ଯୋଗଦେଇ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ଶତପଥୀଙ୍କ ତତ୍ବାବଧାନରେ ଅନ୍ୟ ଶିକ୍ଷୟିତ୍ରୀ ମାନଙ୍କ ସହଯୋଗ କରିଥିଲେ। ଶେଷରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
ଉତ୍ତରପଡା ନୋଡାଲ ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ
- Post published:February 1, 2026
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau
Tags: Angul


