ଅନୁଗୁଳ : ଅନୁଗୁଳ ସହରର ପୂର୍ବତନ କାଉନସିଲର ଭୀମସେନ ମାଣ୍ଡୋଟିଆଙ୍କର ୭୦ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବର ଶୁଣି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।
ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସ ଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ଶ୍ରୀ ମାଣ୍ଡୋଟିଆଙ୍କ ପୁଅ ପବନ ମାଣ୍ଡୋଟିଆ ଏବେ ବିଜେପି ଅନୁଗୁଳ ନଗର ମଣ୍ଡଳର ସଭାପତି ଅଛନ୍ତି। ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଯଯାତି ପଟ୍ଟନାୟକ, ବିଧାୟକ ଅଶୋକ ମହାନ୍ତି, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର ଓ ଜୋନାଲ ମିଡିଆ ସେଲ ସଂଯୋଜକ ପର୍ଶୁରାମ ବାରିକଙ୍କ ସମେତ ସମସ୍ତ ଜିଲ୍ଲା ବିଜେପି କାର୍ଯ୍ୟକର୍ତ୍ତା ଗଭୀର ଶୋକ ପ୍ରକାଶ କରିଛନ୍ତି।











