ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ: ଖାଦ୍ୟ ସୁରକ୍ଷାର କଲେ ତଦାରଖ

You are currently viewing ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ: ଖାଦ୍ୟ ସୁରକ୍ଷାର କଲେ ତଦାରଖ

ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରାଙ୍କ ଅଧ୍ୟକ୍ଷତାରେ ଖାଦ୍ୟ ସୁରକ୍ଷା ସମ୍ପର୍କିତ ତଦାରଖ ବୈଠକ ଅନୁଷ୍ଠିତ ହୋଇଛି।

ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଅବନୀକାନ୍ତ ସାହୁ ଯୋଗ ଦେଇ ଜିଲ୍ଲା ଖାଦ୍ୟ ଓ ଯୋଗାଣ ବିଭାଗ, ଅଙ୍ଗନୱାଡି କେନ୍ଦ୍ରମାନଙ୍କରେ ଯୋଗାଇ ଦିଆଯାଉଥିବା ଖାଦ୍ୟ, ବିଦ୍ୟାଳୟରେ ଛାତ୍ର ଛାତ୍ରୀମାନଙ୍କୁ ଯୋଗାଇ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଏବଂ ପିଲାମାନଙ୍କର ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗାଇ ଦିଆଯାଉଥିବା ବିଭିନ୍ନ ପ୍ରକାରର ଔଷଧ ଇତ୍ୟାଦି ସମ୍ପର୍କରେ ତଦାରଖ କରିଥିଲେ।

ଅଧ୍ୟକ୍ଷଙ୍କ ସହ ୟୁନିସେଫ୍ କନସଲଟାଣ୍ଟ ତାମଲ ରେଜା ବୈଠକରେ ଯୋଗ ଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲା ଯୋଗାଣ ଅଧିକାରୀ ସ୍ମିତା ନାୟକ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଜାତୀୟ ଖାଦ୍ୟ ନିରାପତ୍ତା ଆଇନ୍ ଓ ବିତରଣ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସୁରକ୍ଷୀ ଅଧିକାରୀ ତଥା ପ୍ରୋଗ୍ରାମ ଅଫିସର ପୌଏଁମାସୀ ରଥ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ବଅଁରପାଳ ଯୋଗାଣ ନିରୀକ୍ଷକ ସ୍ବୟଂପ୍ରଭା ସ୍ବାଇଁ ଉପସ୍ଥିତ ଥିଲେ।

Share

Leave a Reply