ଆସୁଛି ଆଉ ଏକ ଲଘୁଚାପ ! ୬ ରେ ପୁଣି ବର୍ଷା ଆକଳନ, ଓଡ଼ିଶା ଉପରେ ନାହିଁ ପ୍ରଭାବ

0

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଥାଇଲାଣ୍ଡରେ ମଧ୍ୟ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। କିନ୍ତୁ ଓଡ଼ିଶା ଉପରେ ଏହାର ପ୍ରଭାବ ରହିବନି। ଏହି ପୂର୍ବାନୁମାନ କରିଛନ୍ତି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ।

ଶ୍ରୀ ପଶୁପାଳକଙ୍କ ସୂଚନା ଅନୁସାରେ, ଅକ୍ଟୋବର ୨ ତାରିଖରେ ପଶ୍ଚିମବଙ୍ଗର ଉତ୍ତରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ତିନିଦିନରେ ବାଂଲାଦେଶ ଓ ଉତ୍ତର ପୂର୍ବ ଭାରତରେ ବର୍ଷା ସମ୍ଭାବନା ଅଛି। ଅକ୍ଟୋବର ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାକୁ ମୁହାଁଇ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରରେ ବର୍ଷା କରାଇପାରେ। ତେବେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ।

Leave A Reply

Your email address will not be published.

error: Content is protected !!