ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର: ୩ ଘଣ୍ଟା ପାଇଁ ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

0

ଭୁବନେଶ୍ବର: ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବ ଆଗାମୀ ୫ ଦିନ ଯାଏଁ ରହିବ। ଏହି ୫ ଦିନ ପ୍ରବଳ ବର୍ଷିବା ନେଇ ସତର୍କ କରିଛି ପାଣିପାଗ ବିଭାଗ। ବିଶେଷ କରି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି।

ଅନ୍ୟପଟେ ଆଗାମୀ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ତିନି ଘଣ୍ଟା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଯାଜପୁର, ବାଲେଶ୍ବର, ଖୋର୍ଦ୍ଧା, ଭୁବନେଶ୍ବର, କନ୍ଧମାଳ, ରାୟଗଡା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଓ ମୟୂରଭଞ୍ଜକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଛି।

Leave A Reply

Your email address will not be published.

error: Content is protected !!