ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏଁ ନିସ୍ତାର ନାହିଁ

You are currently viewing ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏଁ ନିସ୍ତାର ନାହିଁ

ଭୁବନେଶ୍ୱର: ବର୍ଷା ପରେ ପୁଣି ବର୍ଷା। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିବ। ସୂଚନାଯୋଗ୍ୟ ଯେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି।

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗିରକୁ ଆଲର୍ଟ କରାଯାଇଛି। ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଆଲର୍ଟ ରହିଥିବା ବେଳେ ୧୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ୨୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ ଏବଂ ୨୨ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ।

Share

Leave a Reply