ଅନ୍ୟାନ୍ୟ

ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ

By Swagatika Samantray

November 01, 2022

ଅନୁଗୁଳ: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଅନୁଗୁଳ ଜିଲ୍ଲା ସମ୍ମିଳନୀ କକ୍ଷରେ ସୋମବାର ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଯୋଗ ଦେଇ ଶପଥ ପାଠ କରାଇଥିଲେ। ଶପଥ ପାଠକାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ସନ୍ତୋଷ କୁମାରପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ପ୍ରସନ୍ନ କୁମାର ବିଶ୍ବାଳ, ଭିଜିଲାନ୍ସ ଉପ ଆରକ୍ଷୀ ଅଧ୍ୟକ୍ଷକ ସୋମନାଥ ବାରିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ସୂଚନା ଯେ, ସମାଜର ବିଭିନ୍ନ କ୍ଷେତ୍ରରୁ ଦୁର୍ନୀତି ହଟାଇ ଶାନ୍ତି ଓ ସୌହାର୍ବପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ସହ ଜନସାଧରଣଙ୍କୁ ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ସଚେତନତା ସୃଷ୍ଟିକରିବାକୁ ନେଇ ଅକ୍ଟୋବର ୩୧ ତାରିଖରୁ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି। ଚଳିତ ବର୍ଷର ବାର୍ତ୍ତା ହେଉଛି ଏକ ବିକଶିତ ରାଷ୍ଟ୍ର ପାଇଁଦୁର୍ନୀତି ମୁକ୍ତ ଭାରତ। ଏହାପରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ସର୍ଦ୍ଦାର ବଲ୍ଲଭ ଭାଇପଟେଲଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ରାଷ୍ଟ୍ରୀୟ ଏକତା ଦିବସର ଶପଥ ପାଠ କରାଇଥିଲେ।