ଅକ୍ଟୋବର ୨୮ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳିତ ହେବ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

You are currently viewing ଅକ୍ଟୋବର ୨୮ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳିତ ହେବ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଅନୁଗୁଳ: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି। ପ୍ରତି ବର୍ଷ ପରି ଚଳିତ ବର୍ଷ
ଅକ୍ଟୋବର ୨୮ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯିବ। ସପ୍ତାହର ପ୍ରଥମ ଦିନ ଅକ୍ଟୋବର ୨୮ ତାରିଖରେ ସକାଳ ୧୧ ଟାରେ ସମସ୍ତ ସରକାରୀ କର୍ମଚାରୀ, ନିର୍ବାଚିତ ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ, ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଶପଥ ପାଠ କରିବେ।

ଏ ଅବସରରେ ଜନସଚେତନତା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ରାଲି, ୱାକାଥନ, ପଥପ୍ରାନ୍ତ ନାଟକ, ଗ୍ରାମ ସଭା ଇତ୍ୟାଦି ଆୟୋଜନ କରିବା ନିମନ୍ତେ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦୁର୍ନୀତି ନିବାରଣ ସଚେତନତା ସୃଷ୍ଟି କରିବା ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ଆୟୋଜନ କରାଯିବ। ତୃଣମୂଳ ସ୍ତରରେ
ବ୍ୟାପକ ଜନ ସଚେତନତା ନିମନ୍ତେ ପ୍ରତି ବ୍ଳକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ସମ୍ପୃକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ତ୍ବାବଧାନରେ ସଚେତନତା ରାଲି ଓ ଗ୍ରାମ ସଭା ଅନୁଷ୍ଠିତ କରାଯିବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି।

ଆଜିର ବୈଠକରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଭିଜିଲାନସ ଡି ଏସ୍ ପି ପ୍ରଦୀପ କୁମାର ସାମଲ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା କ୍ରୀଡ଼ା ଅଧିକାରୀ ଅକ୍ଷୟ କୁମାର ସିଠ, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁଃଶାସନ ନାଏକଙ୍କ ସମେତ ବିଭିନ୍ନ ଜିଲ୍ଲା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply