ଅନୁଗୁଳ ଜିଲ୍ଲା ସ୍ତରୀୟ ଉତ୍କଳ ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ

You are currently viewing ଅନୁଗୁଳ ଜିଲ୍ଲା ସ୍ତରୀୟ ଉତ୍କଳ ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ

ଅନୁଗୁଳ: ଅନୁଗୁଳ ଜିଲ୍ଲାସ୍ତରୀୟ ଉତ୍କଳ ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ବାସନ୍ତୀ କିଷାନ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଶତପଥୀ, ସନ୍ତୋଷ କୁମାର ପ୍ରଧାନ, ପିଡି (ଡ଼ିଆରଡିଏ) ଦିଲ୍ଲିପ କୁମାର ସାହୁଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସକାଳ ୭ଟାରେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ତେବେ ସମନ୍ୱୟ ଅଭାବରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତଭଣ୍ଡାରରେ ହେବାକୁଥିବା ରକ୍ତଦାନ ଶିବିର ହୋଇ ପାରିନଥିଲା । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସନ୍ଧ୍ୟାରେ ଏକ ସାଧାରଣ ସଭାସହ ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସାଧାରଣ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବାସନ୍ତୀ କିଷାନ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ଢେଙ୍କାନାଳ ସାଂସଦ ମହେଶ ସାହୁ, ଅତିରିକ୍ତ ଜିଲ୍ଲାପାଳ ତପନ ଶତପଥୀ, ସନ୍ତୋଷ ପ୍ରଧାନ, ପିିଡି(ଡିଆରଡିଏ) ଶ୍ରୀ ସାହୁ, ଏପିଡି ବିଶ୍ୱରଞ୍ଜନ ରଥ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟପାଇଁ ବିଭିନ୍ନ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯାଇଥିଲା ।  

Share

Leave a Reply