ଭୁବନେଶ୍ବର: ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁସାରେ, ୨୦୦ ଜଣ ଛାତ୍ରଛାତ୍ରୀଙ୍କୁ ମାଗଣା କୋଚିଂ ଦିଆଯିବ। ଏଥି ପାଇଁ ମାର୍ଚ୍ଚ ୨୬ ତାରିଖରେ କ୍ଵାଲିଫାଇଙ୍ଗ ପରୀକ୍ଷା ହେବ। ୧୬ ତାରିଖରୁ ଆଡମିଟ କାର୍ଡ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୪ ତାରିଖ ସୁଦ୍ଧା ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରି ପାରିବେ। ଏଥିପାଇଁ ଆବେଦନ ଶୁଳ୍କ ୧୦୦ ଟଙ୍କା ରହିଛି। କୋଚିଂ ନେଉଥିବା ପିଲାଙ୍କ ରହିବା ଓ ଖାଇବା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଜଣାଯାଇଛି।
ମାଗଣା ସିଭିଲ୍ ସର୍ଭିସ କୋଚିଂ ପାଇଁ ଆବେଦନ ଆରମ୍ଭ, ମାର୍ଚ୍ଚ ୪ ଯାଏଁ ଚାଲିବ ରେଜିଷ୍ଟ୍ରେସନ
- Post published:February 24, 2023
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul