ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

୫ ପର୍ଯ୍ୟାୟରେ ହେବ ନିର୍ବାଚନ

0

ଅନୁଗୁଳ: ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ । ସୋମବାର ଗୀତଗୋବିନ୍ଦ ସଦନରେ ରାଜ୍ୟ ନିର୍ବାଚନ କମିଶନ ସାମ୍ବାଦିକ ସମ୍ମିଳନୀରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ନିର୍ବାଚନ। ମୋଟ ୫ ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବ୍ରୁଆରି ୧୬, ୧୮, ୨୦, ୨୨ ଓ  ୨୪ ତାରିଖରେ ନିର୍ବାଚନ ହେବ । ସକାଳ ୭ଟାରୁ ଦିନ ୧ଟା ଯାଏ ମତଦାନ କରାଯାଇପାରିବ । କୋଭିଡ୍ କଟକଣା ଭିତରେ ନିର୍ବାଚନ ହେବ । ଏଥର ଜଣେ ପ୍ରାର୍ଥୀ ସର୍ବାଧିକ ୫ ଜଣଙ୍କୁ ସାଙ୍ଗରେ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ। କୌଣସି ପ୍ରକାରର ସମ୍ମିଳନୀକୁ ଅନୁମତି ମିଳିବ ନାହିଁ । ଭର୍ଚୁଆଲରେ ପ୍ରଚାର କରିପାରିବେ ପ୍ରାର୍ଥୀ।ଭୋଟ ଗଣତି ଫେବ୍ରୁଆରି ୨୬, ୨୭ ଓ ୨୮ ତାରିଖରେ ହେବ। ଆଗାମୀ  ପଞ୍ଚାୟତ ନିର୍ବାଚନ  ଲାଗି ଆଜିଠାରୁ ଆଚରଣ ବିଧି ଲାଗୁ ହେଲା। ଏହା ଫେବ୍ରୁଆରି୨୮ ତାରିଖ ଯାଏ ବଳବତ୍ତର ରହିବ ।

Leave A Reply

Your email address will not be published.

error: Content is protected !!