ଅନୁଗୁଳ: ପାଲଲହଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଣିହାଁ ବ୍ଲକ ବଜ୍ରକୋଟ ଗ୍ରାମରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମହାଦେବଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭଜନ ସମାରୋହ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ମାହୋଲ ସୃଷ୍ଟି ହୋଇଥିଲା।
ମହୋତ୍ସବରେ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଓ ପୂର୍ବତନ ବିଧାୟକ ତଥା ରାଜ୍ୟ ସାଧାରଣ ସମ୍ପାଦକ ମୁକେଶ କୁମାର ପାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂଜାର୍ଚ୍ଚନା କରିଥିଲେ। ଅତିଥିମାନେ ମହାଦେବଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ ଅଞ୍ଚଳବାସୀଙ୍କ ସୁଖ-ଶାନ୍ତି ଓ ସମୃଦ୍ଧି କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଶାନ୍ତ କୁମାର ସାହୁ, ସିମାଞ୍ଚଳ ପଣ୍ଡା, ଜୟନ୍ତ ପ୍ରଧାନଙ୍କ ସମେତ ବହୁ ଦଳୀୟ କର୍ମୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।