ମୁଖ୍ୟ ଖବର

ବଡ଼ ଖବର! ଆସନ୍ତା ବୁଧବାର ସାରା ଦେଶରେ ବନ୍ଦ ରହିବ ବ୍ୟାଙ୍କ

By Biswaranjan Pattnaik

August 24, 2024

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୨୮ରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ। ନିଖିଳ ଓଡ଼ିଶା ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଏହି ଡାକରା ଦିଆଯାଇଛି। ସାରା ଦେଶରେ ଏହି ଧର୍ମଘଟ ପାଳନ କରାଯିବ ବୋଲି ନିଖିଳ ଓଡ଼ିଶା ବ୍ୟାଙ୍କ କର୍ମଚାରୀ ସଂଘର ଜାତୀୟ ସାଧାରଣ ସମ୍ପାଦକ ସି.ଏଚ. ଭେଙ୍କଟାଚଳମ୍ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ନିଖିଳ ଓଡ଼ିଶା ବ୍ୟାଙ୍କ କର୍ମଚାରୀ ସଙ୍ଗଠନ ଉପରେ ହେଉଥିବା ରାଜନୈତିକ ଆକ୍ରମଣ, ବ୍ୟାଙ୍କ ଅଫ୍ ଇଣ୍ଡିଆ ଷ୍ଟାଫ୍ ୟୁନିୟନ କେରଳର କର୍ମକର୍ତ୍ତାଙ୍କ ଉପରୁ ପ୍ରତିଶୋଧ ମୂଳକ ଚାର୍ଜସିଟ୍‌ ପ୍ରତ୍ୟାହାର, ରାଜନୈତିକ ଉଦ୍ଦେଶ୍ୟ ରଖି ମିଥ୍ୟା ଓ ମନଗଢ଼ା ଅଭିଯୋଗରେ ବ୍ୟାଙ୍କ ଅଫ୍ ଇଣ୍ଡିଆରେ କାର୍ଯ୍ୟରତ ପ୍ରାକ୍ତନ ୩ ଜଣ କାର୍ଗିଲ ଯୋଦ୍ଧାଙ୍କୁ ହଇରାଣ ହରକତ ବନ୍ଦ କରିବା ଏବଂ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ସମ୍ମାନ ହାନି କରି ଗଣମାଧ୍ୟମରେ ମିଛ ପ୍ରଚାର କରିଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଏହି ଧର୍ମଘଟର ଡାକରା ଦିଆଯାଇଛି ବୋଲି ଜଣାଯାଇଛି।