ତାଳଚେର: ତାଳଚେର ଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଗୋଟିଏ ସେତୁର ଶିଳାନ୍ୟାସ ସହ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ କାର୍ଯ୍ୟକ୍ରମ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଖଣି ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ସମ୍ମାନିତ ଅତିଥି ଭାବରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ସହ ଢେଙ୍କାନାଳ ସାଂସଦ ମହେଶ ସାହୁ ଯୋଗ ଦେଇଥିଲେ। ଆଜି ମୋଟ ୯୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି।
ତାଳଚେର ଠାରୁ ଖାଲପାଳ ପର୍ଯ୍ୟନ୍ତ ବ୍ରାହ୍ମଣୀ ନଦୀ ଉପରେ ଏକ ସେତୁ, ତାଳଚେର ମ୍ୟୁନିସିପାଲିଟି ଠାରେ ଏକ ଟାଉନ ହଲ ନିର୍ମାଣ ସହ ଅତ୍ୟାଧୁନିକ ପ୍ରଜାମଣ୍ଡଳ ଭବନ ତିଆରି ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ଅତିଶୀଘ୍ର ଏହାର କାର୍ଯ୍ୟ ଆରମ୍ଭ ହୋଇ ଶେଷ ହେବ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।
ତେବେ ତାଳଚେର ବାସୀଙ୍କୁ ଜିଲ୍ଲା ଖଣିଜ ପାଣ୍ଠିରୁ ୯୦ କୋଟି ଟଙ୍କାର ପ୍ରକଳ୍ପ ମୁଖ୍ୟମନ୍ତ୍ରୀ ଭେଟି ଦେଇଥିବାରୁ ସେମାନେ କୃତଜ୍ଞତା ଜ୍ଞାପନ କରିଛନ୍ତି।