ନୂଆଦିଲ୍ଲୀ: ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ୨୦୨୫-୨୬ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ଇନକମ୍ ଟ୍ୟାକ୍ସକୁ ନେଇ ଅର୍ଥମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଦେବାକୁ ପଡିବ ନାହିଁ। ଆୟକର ରିଟର୍ଣ୍ଣ ଫାଇଲ କରିବାର ସମୟସୀମାକୁ ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରାଯାଇଛି।
କ୍ୟାପିଟାଲ ଗେନ୍ ବ୍ୟତୀତ ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ। କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିବ।
ସେହିପରି,୧୨ ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ। ୧୬ ଲକ୍ଷ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦%, ୨୦ ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦% ଟିକସ ଦେବାକୁ ପଡ଼ିବ।