ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟ, ୨୧ ରୁ ନାଲ୍‌କୋରେ ଆୟୋଜିତ ହେବ ବିକାଶ ମେଳା

You are currently viewing ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟ, ୨୧ ରୁ ନାଲ୍‌କୋରେ ଆୟୋଜିତ ହେବ ବିକାଶ ମେଳା

ଅନୁଗୁଳ: ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ଅନୁଗୁଳରେ ଆୟୋଜିତ ହେବ ସୂଚନା-ଶିକ୍ଷା-ସଂଚାର କାର୍ଯ୍ୟକ୍ରମ। ଅନୁଗୁଳ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଚଳିତ ମାସ ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ନାଲ୍‌କୋ ଠାରେ ବିକାଶ ମେଳା ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି।

ଏଥିପାଇଁ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲା ସ୍ତରୀୟ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ଦ୍ବାରା ସ୍ଥିରୀକୃତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ମୁଖ୍ୟ ଅତିଥି ଭାବେ ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇ ବିକାଶ ମେଳାର ଊଦଘାଟନ କରିବେ। ଏଥିରେ ୩ ହଜାରରୁ ଊର୍ଦ୍ଧ୍ବ ଜନସମାବେଶ ହେବ। ଏହି ମେଳାରେ ପଞ୍ଚାୟତରାଜ ଓ ପାନୀୟ ଜଳ, କୃଷି,ଉଦ୍ୟାନ, ପଶୁ ସମ୍ପଦ, ମତ୍ସ୍ୟ, ପର୍ଯ୍ୟଟନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ଅନୁସୂଚିତ ଜାତି ଓ ଜନଜାତି, ମିଶନ ଶକ୍ତି ଭଳି ବିଭିନ୍ନ ବିଭାଗର ସରକାରୀ ଯୋଜନା ସମ୍ପର୍କରେ ମୋଟ ୨୫ ଗୋଟି ଷ୍ଟଲର ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଓରମାସର ଯୁଗ୍ମ କାର୍ଯ୍ୟନିର୍ବାହୀ ଅଧିକାରୀ ସୌରଭମୟ ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରିଣୀ ସୁସ୍ମିତା ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁଃଶାସନ ନାଏକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply