ଘଟଣା ଓ ଦୁର୍ଘଟଣା

ବାଇକକୁ ଧକ୍କା ଦେଲା ଅଜଣା ଗାଡ଼ି, ଘଟଣାସ୍ଥଳରେ ଚାଳକ ମୃତ

By Biswaranjan Pattnaik

November 07, 2024

ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖଲାରୀ ରଙ୍କେଇ ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଦର ଥାନା ଛେଳିଆପଡ଼ା ଗାଁର ଦେବରାଜ ପ୍ରଧାନଙ୍କ ପୁଅ ବାପି ପ୍ରଧାନ (୩୨)।

ସୂଚନା ମୁତାବକ, ଆଜି ଅପରାହ୍ନରେ ବାପି ଅନୁଗୁଳ ଆଡ଼ୁ ଘରକୁ ବାଇକ୍ ଯୋଗେ ଫେରୁଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ବାପି ରାସ୍ତା କଡ଼ରେ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ଏହା ଦେଖି ସ୍ଥାନୀୟ ଲୋକ ବାପିଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକ ସଙ୍ଗେ ସଙ୍ଗେ ବାପିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ବାପିଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚିଥିଲା। ପୋଲିସ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତ ଦେହ ହସ୍ତାନ୍ତର କରାଯାଇଛି।