କେନ୍ଦ୍ରର ଚାଷୀ ମାରଣ ନୀତିକୁ ବିରୋଧ କରି ବିଜେଡିର ବିକ୍ଷୋଭ ଓ ପ୍ରତିବାଦ ସଭା, ରାଷ୍ଟ୍ରପତିଙ୍କୁ ସ୍ମାରକ ପତ୍ର

0

ଅନୁଗୁଳ: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ଗରିବ ପରିବାରଙ୍କୁ ମୁଣ୍ଡପିଛା ୫ କେଜି ଚାଉଳ ଯୋଗାଣରୁ ବଞ୍ଚିତ କରାଯାଇଥିବା ନିଷ୍ପତ୍ତି ବିରୋଧରେ ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନୁଗୁଳ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆଙ୍କ ସଭାପତିତ୍ବରେ ଏକ ପ୍ରତିବାଦ ସଭା ଓ ବିକ୍ଷୋଭ ଗୁରୁବାର ଅନୁଷ୍ଠିତ ହୋଇଯାଇଛି।

ଅରୁଣାଭ ସିଂହଙ୍କ ତତ୍ତ୍ୱାବଧାନରେ ଆୟୋଜିତ ବିକ୍ଷୋଭରେ ଅନୁଗୁଳ ବ୍ଲକ ଠାରୁ ଏକ ଶୋଭାଯାତ୍ରାରେ ୫୦୦ରୁ ଊର୍ଦ୍ଧ୍ବ ସଦସ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପ୍ରତିବାଦରେ ତାଳଚେରର ବିଧାୟକ ବ୍ରଜକିଶୋର ପ୍ରଧାନ, ଅନୁଗୁଳ ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ସାହୁ, ନଗରପାଳ ଅକ୍ଷୟ ସାମନ୍ତ, ବ୍ଲକ ବିଜେଡି ସଭାପତି ସରୋଜ ସାହୁ, ଜିଲ୍ଲା ବିଜେଡି ସମ୍ପାଦକ ପ୍ରିୟଦର୍ଶୀ ପଟ୍ଟନାୟକ, ସରପଞ୍ଚ, ସମିତି ସଭ୍ୟ ଓ କାଉନସିଲର ବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଏ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି।

ସେହିପରି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଓ ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.

error: Content is protected !!