ଅନୁଗୁଳ: ଅନୁଗୁଳ ନିର୍ବାଚନ ମଣ୍ଡଳୀର ବଅଁରପାଳ ବ୍ଲକ ଅନ୍ତର୍ଗତ କୁଲାଡ଼ ପଞ୍ଚାୟତ ଅନୁଗୁଳ ବ୍ଲକ ଅନ୍ତର୍ଗତ ବଡ଼କନ୍ତକୂଳ ପଞ୍ଚାୟତ ଖିଣ୍ଡା ଠାରେ ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି।
ଏହି ସମ୍ମିଳନୀରେ ଅନୁଗୁଳ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟିକା ପ୍ରାର୍ଥୀ ସଂଯୁକ୍ତା ସିଂହ, ବିଧାୟକ ରଜନୀକାନ୍ତ ସିଂହ, ବଅଁରପାଳ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ , ଅନୁଗୁଳ ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ସାହୁ, ଜିଲ୍ଲା ସହ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁ, ସହ ପର୍ଯ୍ୟବେକ୍ଷକ ଅରୂପ ଶ୍ରୀଚନ୍ଦନ, ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସଂପାଦକ ବିପ୍ଳବ ଜେନା, ୪ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଧ୍ରୁବ ଚରଣ ଦେହୁରୀ, ଜିଲ୍ଲା ବିଜୁ ଜନତା ଦଳ ଉପ ସଭାପତି ବାଉରୀ ବନ୍ଧୁ ସାହୁ, ୨୭ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଗୋପାଳ ଚନ୍ଦ୍ର ନାଏକ, ବ୍ଲକ ବିଜୁ ଜନତା ଦଳ ସଭାପତି ଦୁର୍ଯ୍ୟୋଧନ ସାହୁ, ସରୋଜ ନାରାୟଣ ସାହୁ, ସୁବାଷ ଚନ୍ଦ୍ର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏ ଅବସରରେ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କର୍ମୀମାନେ ନିବେଦନ କରିଥିଲେ।