ଅନୁଗୁଳ ବିଧାୟକଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ବିଜେପି ଜିଲ୍ଲା ସଭାପତି

You are currently viewing ଅନୁଗୁଳ ବିଧାୟକଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ବିଜେପି ଜିଲ୍ଲା ସଭାପତି

ଅନୁଗୁଳ: ଅନୁଗୁଳର ଲୋକପ୍ରିୟ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଧାୟକ ଅଶୋକ ମହାନ୍ତି ପ୍ରମୁଖ ମେଡିକାଲ ଯାଇ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି।

ଗୁରୁବାର ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଯୟାତି ପଟ୍ଟନାୟକ ମେଡିକାଲରେ ବିଧାୟକଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କରିଛନ୍ତି। ଜୋନାଲ ମିଡିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ଓ ସମସ୍ତ କାର୍ଯ୍ୟକର୍ତା ମଧ୍ୟ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

Share

Leave a Reply