କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟି ରେଳ ଷ୍ଟେସନର ଉନ୍ନତିକରଣ ପାଇଁ ଦାବି କଲେ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ

You are currently viewing କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟି ରେଳ ଷ୍ଟେସନର ଉନ୍ନତିକରଣ ପାଇଁ ଦାବି କଲେ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ

ଅନୁଗୁଳ : ଅନୁଗୁଳ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନ ଶନିବାର ନୂଆଦିଲ୍ଲୀ ସଂଚାର ଭବନରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି।

ଏ ଅବସରରେ ସେ ଅନୁଗୁଳ ଜିଲ୍ଲାର ରେଳ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ବିକାଶ ପାଇଁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଦାବି ମଧ୍ୟରେ ଅନୁଗୁଳ ରେଳ ଷ୍ଟେସନକୁ ଉନ୍ନତ ଓ ଆଧୁନିକମାନର ରେଳ ଷ୍ଟେସନରେ ପରିଣତ କରାଇବା, ଅନୁଗୁଳ ରେଳ ଷ୍ଟେସନରେ ଏସ୍କାଲେଟର ଲଗାଇବା ଓ ଏସି ୱେଟିଂ ହଲର ବ୍ୟବସ୍ଥା, ତାଳଚେର ବିମଳାଗଡ଼ ରେଳପଥ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା, ଜିଲ୍ଲାର ସମସ୍ତ ଉପାନ୍ତ ଅଞ୍ଚଳରେ ଇଣ୍ଟରନେଟ ବ୍ୟବସ୍ଥା କରିବା ଆଦି ରହିଛି। ତେବେ ଏ ଦିଗରେ ସ୍ୱତନ୍ତ୍ର ଭାବେ ଦୃଷ୍ଟି ଦେବାକୁ ମନ୍ତ୍ରୀ ଶ୍ରୀ ବୈଷ୍ଣବ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି।

Share

Leave a Reply